ଦ୍ଵିତୀୟ ବିବରଣ 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସନ୍ତାନ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ। Gade chapit laଓଡିଆ ବାଇବେଲ1 ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ। Gade chapit laପବିତ୍ର ବାଇବଲ1 “ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ, ଯେତେବେଳେ ଜଣେ ମରି ଯାଉଛି ତୁମ୍ଭର ଦୁଃଖ ଜଣାଇବା ପାଇଁ ତୁମ୍ଭେ ତୁମ୍ଭର ଶରୀର କାଟି ପକାଇବ ନାହିଁ କିଅବା ଭୃଲତାର ମଧ୍ୟସ୍ଥଳ କ୍ଷୌର ହେବ ନାହିଁ। Gade chapit la |
ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।