Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦେଇଅଛନ୍ତି, ତହିଁରେ ସଦାପ୍ରଭୁ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।

Gade chapit la Kopi

ଓଡିଆ ବାଇବେଲ

5 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ଏପରି ହେବ ଯଦି ତୁମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କର ଆଜ୍ଞା ଓ ବିଧିମାନ ପାଳନ କରି ଚଳିବ। ତୁମ୍ଭେମାନେ ସାବଧାନତା ସହକାରେ ମୁଁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା ବିଧି କହୁଅଛି ତାହା ପାଳନ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 15:5
12 Referans Kwoze  

ଆହୁରି, ତଦ୍ଦ୍ୱାରା ତୁମ୍ଭ ଦାସ ଚେତନା ପାଏ; ତହିଁର ପ୍ରତିପାଳନରେ ମହାଫଳ ଥାଏ।


ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।


କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।


ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,


ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;


ପୁଣି ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ କରିବ ନାହିଁ; ଆଉ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ମାତ୍ର ସେମାନେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବେ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଆପଣା ପ୍ରତିଜ୍ଞାନୁସାରେ ତୁମ୍ଭକୁ ଆଶୀର୍ବାଦ କରିବେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।


ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।


Swiv nou:

Piblisite


Piblisite