Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 15:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ,” ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ, ଏହା କହି ଯେପରି ତୁମ୍ଭ ହୃଦୟରେ ପାପାଧମ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ହେତୁରୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।

Gade chapit la Kopi

ଓଡିଆ ବାଇବେଲ

9 ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ, ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।

Gade chapit la Kopi

ପବିତ୍ର ବାଇବଲ

9 “ଏପରି କାହାକୁ ଋଣ ଦେବାକୁ ମନା କର ନାହିଁ, ଯେହେତୁ ଋଣ କ୍ଷମାର ବର୍ଷ ନିକଟବର୍ତ୍ତୀ ହୋଇଗଲାଣି ବୋଲି। ତୁମ୍ଭମାନଙ୍କ ମଧ୍ୟରେ ଏପରି ମନ୍ଦ କଳ୍ପନା ରହିବା ଉଚିତ୍ ନୁହଁ। ସାବଧାନ ହୁଅ, ଗୋଟିଏ ନିଃଶ୍ୱ ଲୋକ ପ୍ରତି କୃପଣ ହୁଅ ନାହିଁ! କାରଣ ଯଦି ସେହି ବ୍ୟକ୍ତି ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକେ, ତେବେ ତୁମ୍ଭକୁ ପାପରେ ଦୋଷୀ ବୋଲି ବିବେଚନା କରାଯିବ।

Gade chapit la Kopi




ଦ୍ଵିତୀୟ ବିବରଣ 15:9
30 Referans Kwoze  

ତାହାରି ଦିନରେ ତାହାକୁ ତାହାର ବେତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀଲୋକ, ତହିଁ ଉପରେ ତାହାର ମନ ଥାଏ କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ।


ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’


ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।


“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”


ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।


ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।


କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;


କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।


କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;


ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ।


ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।


କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;


ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।


ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?


ଅଜ୍ଞାନର ସଂକଳ୍ପ ପାପଯୁକ୍ତ; ପୁଣି, ନିନ୍ଦକ ମନୁଷ୍ୟମାନଙ୍କ ନିକଟରେ ଘୃଣିତ।


ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।


ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।


କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।


ପ୍ରତି ସାତ ବର୍ଷର ଶେଷରେ ତୁମ୍ଭେ ଋଣ କ୍ଷମା କରିବ।


ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।”


ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ; ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ; ତାହା ମୋʼ ଠାରେ ଲିପ୍ତ ହେବ ନାହିଁ।


ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ।


ପୁଣି, ମୋଶା ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ପ୍ରତ୍ୟେକ ସାତ ବର୍ଷ ଶେଷରେ ଋଣ କ୍ଷମା ବର୍ଷର ନିରୂପିତ ସମୟରେ, ପତ୍ରକୁଟୀର ପର୍ବରେ,


ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।


‘ତୁମ୍ଭର କୌଣସି ଏବ୍ରୀୟ ଭ୍ରାତା ତୁମ୍ଭ ନିକଟରେ ବିକ୍ରୀତ ହୋଇ ଛଅ ବର୍ଷ ତୁମ୍ଭର ଦାସ୍ୟକର୍ମ କଲା ଉତ୍ତାରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ ଦେବ, ତୁମ୍ଭେମାନେ ପ୍ରତ୍ୟେକେ ସାତ ବର୍ଷର ଶେଷରେ ଆପଣା ଆପଣାର ସେହି ଭ୍ରାତାକୁ ମୁକ୍ତ କରିବ;’ ମାତ୍ର ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭ ବାକ୍ୟ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ।


Swiv nou:

Piblisite


Piblisite