Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 16:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନିଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୋଟୀର ପର୍ବ ସମୟରେ ଓ ସପ୍ତାହସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

16 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ବର୍ଷକେ ତିନିଥର ତୁମ୍ଭର ପୁରୁଷ ସସସ୍ତେ ନିସ୍ତାରପର୍ବ ଓ ସପ୍ତାହ ସମୂହର ପର୍ବ ସମୟରେ ଓ କୁଟୀର ପର୍ବ ସମୟରେ ମାତ୍ର ସେମାନେ ତୁଚ୍ଛା ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବା ଉଚିତ୍ ନୁହଁ।

Gade chapit la Kopi




ଦ୍ଵିତୀୟ ବିବରଣ 16:16
29 Referans Kwoze  

ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।


ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।


ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ।


ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।


ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ ନିର୍ମାଣ ସମାପ୍ତ କଲେ।


ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।


କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ।


କିନ୍ତୁ ଯିହୁଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ,


କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।


ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତ ଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଦତ୍ତ ଆଶୀର୍ବାଦ ଅନୁସାରେ ତୁମ୍ଭର ପ୍ରତ୍ୟେକ ଜଣ ଆପଣା ସାଧ୍ୟ ପ୍ରମାଣେ ଦେବ।


ଯେତେବେଳେ ସମୁଦାୟ ଇସ୍ରାଏଲ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନରେ ତାହାଙ୍କ ସମ୍ମୁଖରେ ଉପସ୍ଥିତ ହେବେ, ସେତେବେଳେ ସମସ୍ତ ଇସ୍ରାଏଲ ସାକ୍ଷାତରେ ସେମାନଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ଏହି ବ୍ୟବସ୍ଥା ପାଠ କରିବ।


ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସଦାପ୍ରଭୁଙ୍କ ଯାଜକ ଥିଲେ।


ତହିଁରେ ସେମାନେ କହିଲେ, “ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।”


ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍‍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।


ପୁଣି, ସେମାନେ ଆପଣାମାନଙ୍କ ସମସ୍ତ ନଗରରେ ଓ ଯିରୂଶାଲମରେ ଏହି କଥା ଘୋଷଣା ଓ ପ୍ରଚାର କରିବେ, ଯଥା, “ତୁମ୍ଭେମାନେ ଲିଖନାନୁସାରେ ପତ୍ରକୁଟୀର ନିର୍ମାଣ କରିବା ପାଇଁ ପର୍ବତକୁ ଯାଇ ଜୀତଶାଖା ଓ ବନ୍ୟ ଜୀତଶାଖା ଓ ମେହେନ୍ଦି ଶାଖା ଓ ଖର୍ଜ୍ଜୁର ଶାଖା ଓ ଗହଳିଆ ବୃକ୍ଷର ଶାଖା ଆଣ।”


ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।


ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।


ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ସେହି ସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ।


ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା]


ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତି ସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।


ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେହିପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


Swiv nou:

Piblisite


Piblisite