Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁ; କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ଘୃଣିତ ବସ୍ତୁ।

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ।

Gade chapit la Kopi

ପବିତ୍ର ବାଇବଲ

1 “ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଯେଉଁ ବଳି ଉତ୍ସର୍ଗ କରିବ ବାଛୁରି ହେଉ କିଅବା ମେଷ ହେଉ, ସେମାନଙ୍କର କୌଣସି ଖୁଣ ନ ଥିବ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାହାକୁ ଘୃଣା କରନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 17:1
19 Referans Kwoze  

ଯଦି ତହିଁରେ କୌଣସି ଖୁଣ ଥାଏ, ସେହି ପଶୁ ଯଦି ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ।


ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କʼଣ ମନ୍ଦ ନୁହେଁ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ? ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।


ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ।


ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ!


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।


ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।


କାରଣ ଯେଉଁମାନେ ଏପରି ଅଧର୍ମ କର୍ମ କରନ୍ତି, ସେହି ସମସ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ।


ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;


ଏଥିଉତ୍ତାରେ ସେମାନଙ୍କ ଉତ୍ତାରେ ଆଉ ସାତୋଟି ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ।


ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;


ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହି ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;


Swiv nou:

Piblisite


Piblisite