Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତୁମ୍ଭ ନଗର-ଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତୁମ୍ଭ ନଗରଦ୍ଵାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯେବେ ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ମନୋନୀତ ସ୍ଥାନକୁ ଯିବ;

Gade chapit la Kopi

ଓଡିଆ ବାଇବେଲ

8 ତୁମ୍ଭ ନଗରଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;

Gade chapit la Kopi

ପବିତ୍ର ବାଇବଲ

8 “ଏପରି କେତେକ ଘଟିପାରେ ଯାହାକି ତୁମ୍ଭମାନଙ୍କ ବିଗ୍ଭର ପାଇଁ ତୁମ୍ଭମାନଙ୍କୁ କଷ୍ଟ ହୋଇପାରେ। ଏପରିକି ରକ୍ତପାତ, ଚୁକ୍ତି ବିବାଦ, ବିବାଦ ମଧ୍ୟରେ ଆଘାତ ଦେଖାଯାଏ। ଏପରି ଘଟଣାମାନ ବିଗ୍ଭର ପାଇଁ ଯଦି ତୁମ୍ଭମାନଙ୍କୁ କଠିନ ହୁଏ, ତେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିରୂପିତ ସ୍ଥାନକୁ ସମସ୍ତେ ଆସିବ।

Gade chapit la Kopi




ଦ୍ଵିତୀୟ ବିବରଣ 17:8
28 Referans Kwoze  

ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;


ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,


ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋʼ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”


କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।


ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ।


ଯେଉଁ ନରହତ୍ୟାକାରୀ ସେହି ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକୁ ଅଜ୍ଞାତସାରରେ ବଧ କରେ;


ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।


ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।


ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।


ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ।


ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍‍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ।


ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ।


ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।


ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋʼ ପାଖକୁ ଆସନ୍ତି


ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।


ମନୁଷ୍ୟମାନଙ୍କ ମଧ୍ୟରେ ବିବାଦ ଉପସ୍ଥିତ ହେଲେ, ଯଦି ସେମାନେ ବିଚାରାର୍ଥେ ଆସନ୍ତି ଓ ବିଚାରକର୍ତ୍ତାମାନେ ସେମାନଙ୍କ ବିଚାର କରନ୍ତି; ତେବେ ସେମାନେ ନିର୍ଦ୍ଦୋଷକୁ ନିର୍ଦ୍ଦୋଷ ଓ ଦୋଷୀକୁ ଦୋଷୀ କରିବେ।


ଆଉ, ବିବାଦ ଉପସ୍ଥିତ ହେଲେ, ସେମାନେ ବିଚାର କରିବା ପାଇଁ ଠିଆ ହେବେ; ଆମ୍ଭର ସକଳ ଶାସନାନୁସାରେ ସେମାନେ ବିଚାର ନିଷ୍ପନ୍ନ କରିବେ; ପୁଣି, ସେମାନେ ଆମ୍ଭର ନିରୂପିତ ସମସ୍ତ ପର୍ବରେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭ ବିଧିସବୁ ପାଳନ କରିବେ ଓ ସେମାନେ ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କରିବେ।


ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ।


ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।


ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ?” ତହିଁରେ “ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,”


ଯିଷ୍‍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।


Swiv nou:

Piblisite


Piblisite