Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 18:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟ କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେହେତୁ ଯେ କେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

12 କାରଣ ଏପରି କର୍ମ ଯିଏ କରେ, ସେ ସଦାପ୍ରଭୁଙ୍କର ଘୃଣାର ପାତ୍ର, ଏବଂ ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 18:12
9 Referans Kwoze  

ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, “ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି;” ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।


କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।


ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।


ଆଉ ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ; କାରଣ ସେ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇ ନାହିଁ।


ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।


ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‌ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।


ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।


ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍‍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।


Swiv nou:

Piblisite


Piblisite