Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭେ ସେହି ଦେଶର ଭୂମି ତିନି ଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭ ସେହି ଦେଶର ଭୂମି ତିନିଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।

Gade chapit la Kopi

ଓଡିଆ ବାଇବେଲ

3 ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭେ ସେହି ଦେଶର ଭୂମି ତିନି ଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।

Gade chapit la Kopi




ଦ୍ଵିତୀୟ ବିବରଣ 19:3
8 Referans Kwoze  

ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”


ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।


ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।


ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ।


ଯେଉଁ ନରହତ୍ୟାକାରୀ ସେହି ସ୍ଥାନକୁ ପଳାଇ ବଞ୍ଚିପାରେ, ତାହାର କଥା ଏହି କେହି ଯେବେ ପୂର୍ବେ ହିଂସା ନ କରି ଆପଣା ପ୍ରତିବାସୀକୁ ଅଜ୍ଞାତସାରରେ ବଧ କରେ;


ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋʼ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;


Swiv nou:

Piblisite


Piblisite