Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେ ତାହାସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ମୁଁ ଆଜି ତୁମ୍ଭକୁ ଯେ ଯେ ଆଜ୍ଞା ଦେଉଅଛି, ତୁମ୍ଭେ ତାହା ସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,

Gade chapit la Kopi

ଓଡିଆ ବାଇବେଲ

8 ଆଉ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେ ତାହା ସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,

Gade chapit la Kopi

ପବିତ୍ର ବାଇବଲ

8 “ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଛନ୍ତି ଯେ ତୁମ୍ଭର ସୀମା ବୃଦ୍ଧି କରିବେ। ଯେଉଁ ଦେଶ ସେମାନଙ୍କୁ ଦେବାକୁ କହିଛନ୍ତି ତାହା ସବୁ ତୁମ୍ଭମାନଙ୍କୁ ଦେବେ।

Gade chapit la Kopi




ଦ୍ଵିତୀୟ ବିବରଣ 19:8
9 Referans Kwoze  

ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସେ ଯେତେବେଳେ ତୁମ୍ଭ ସୀମା ବିସ୍ତାର କରିବେ, ପୁଣି ମାଂସ ଭୋଜନ କରିବାକୁ ତୁମ୍ଭର ବାଞ୍ଛା ହୁଅନ୍ତେ, ତୁମ୍ଭେ କହିବ, “ଆମ୍ଭେ ମାଂସ ଭୋଜନ କରିବା,” ସେତେବେଳେ ତୁମ୍ଭେ ଆପଣା ପ୍ରାଣର ବାଞ୍ଛାନୁସାରେ ମାଂସ ଭୋଜନ କରି ପାରିବ।


କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।


ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।


ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।


ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟି ଆଣିଲେ ଓ ତାଙ୍କର ସେବା କଲେ।


ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।


ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।


Swiv nou:

Piblisite


Piblisite