Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅନାକୀୟମାନଙ୍କ ତୁଲ୍ୟ ସେମାନେ ହେଁ ରଫାୟୀୟ-ମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।

Gade chapit la Kopi

ଓଡିଆ ବାଇବେଲ

11 ଅନାକୀୟମାନଙ୍କ ତୁଲ୍ୟ ସେମାନେ ମଧ୍ୟ ରଫାୟୀୟମାନଙ୍କ ମଧ୍ୟରେ ଗଣିତ ଥିଲେ, ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।

Gade chapit la Kopi

ପବିତ୍ର ବାଇବଲ

11 ଅନାକୀୟ ଲୋକମାନେ ରଫାୟୀୟମାନଙ୍କର ଏକ ଅଂଶ ଥିଲେ। ମାତ୍ର ମୋୟାବୀୟ ଲୋକମାନେ ସେମାନଙ୍କୁ ଏମୀୟ ବୋଲି କହିଲେ।

Gade chapit la Kopi




ଦ୍ଵିତୀୟ ବିବରଣ 2:11
10 Referans Kwoze  

ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?”


ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”


ଆଉ ସେ ସ୍ଥାନରେ ଆମ୍ଭେମାନେ ମହାବୀରଜାତ ଅନାକର ସନ୍ତାନ ମହାବୀରଗଣକୁ ଦେଖିଲୁ; ଆଉ ଆମ୍ଭେମାନେ ଆପଣାମାନଙ୍କ ଦୃଷ୍ଟିରେ ଫଡ଼ିଙ୍ଗ ପରି ହେଲୁ ଓ ସେମାନଙ୍କ ଦୃଷ୍ଟିରେ ମଧ୍ୟ ସେରୂପ ଥିଲୁ।”


ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର-ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।


ଆଉ ସେମାନେ ଦକ୍ଷିଣ ଦିଗ ଦେଇ ଯାଇ ହିବ୍ରୋଣରେ ଉପସ୍ଥିତ ହେଲେ; ସେହି ସ୍ଥାନରେ ଅହୀମାନ୍‍, ଶେଶୟ ଓ ତଲ୍ମୟ, ଅନାକର ଏହି ସନ୍ତାନମାନେ ଥିଲେ। ମିସରସ୍ଥିତ ସୋୟନ-ପତ୍ତନର ସାତ ବର୍ଷ ପୂର୍ବେ ହିବ୍ରୋଣର ପତ୍ତନ ହୋଇଥିଲା।


ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍‍ରେ ଏମୀୟ ଲୋକମାନଙ୍କୁ,


(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;


(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।


ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।


ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।


Swiv nou:

Piblisite


Piblisite