Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାଦେଶ-ବର୍ଣ୍ଣେୟଠାରୁ ସେରଦ୍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶ ବର୍ଷ ଲାଗିଲା, ସେହି ସମୟକୁ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

14 କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶ ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପିଢ଼ିର ସମସ୍ତ ଯୋଦ୍ଧାଗଣର ମୃତ୍ୟୁ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

14 କାଦେଶ ବର୍ଣ୍ଣେୟଠାରୁ ସେରଦ ଉପତ୍ୟକା ପାରହେବା ପର୍ଯ୍ୟନ୍ତ ଆମ୍ଭକୁ ଅଠତିରିଶ୍ ବର୍ଷ ଲାଗିଥିଲା। ଆମ୍ଭ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ମରିଗଲେ ସେହି ସମୟ ମଧ୍ୟରେ। ଏହା ସଦାପ୍ରଭୁଙ୍କର ପ୍ରତିଜ୍ଞା ଥିଲା।

Gade chapit la Kopi




ଦ୍ଵିତୀୟ ବିବରଣ 2:14
24 Referans Kwoze  

ଆହୁରି ମଧ୍ୟ ସର୍ବ ଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;


ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।


ଏହେତୁ ସେ ପ୍ରାନ୍ତରରେ ସେମାନଙ୍କୁ ନିପାତ କରିବା ପାଇଁ ଓ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କ ବଂଶକୁ ନିପାତ କରିବା ପାଇଁ


ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।


ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।


ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।


ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।


ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।


କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।


ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”


ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ ବର୍ଷ ରହିଲ।


‘ଆମ୍ଭେ ଅବ୍ରହାମଙ୍କୁ, ଇସ୍‌ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”


“ଏବେ ତୁମ୍ଭେମାନେ ଉଠ ଓ ସେରଦ୍‍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍‍ ନଦୀ ପାର ହେଲୁ।


ଏହିରୂପେ ସେହି ସମସ୍ତ ଯୋଦ୍ଧା ମରି ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେଲା ଉତ୍ତାରେ


ପୁଣି ଯିହୋଶୂୟ ସୁନ୍ନତ କରାଇବାର କାରଣ ଏହି; ମିସରରୁ ବାହାରି ଆସିବା ସମସ୍ତ ଲୋକ ମଧ୍ୟରେ ଯେତେ ପୁରୁଷ ଥିଲେ, ଯୋଦ୍ଧା ମନୁଷ୍ୟ ସମସ୍ତେ, ମିସରରୁ ବାହାରି ଆସିଲା ଉତ୍ତାରେ ପ୍ରାନ୍ତର ମଧ୍ୟରେ ବାଟରେ ମଲେ।


ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।


ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।


ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।


ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite