Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 (ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ବିରୋଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।

Gade chapit la Kopi

ଓଡିଆ ବାଇବେଲ

19 ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ଯୁଦ୍ଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।

Gade chapit la Kopi

ପବିତ୍ର ବାଇବଲ

19 ତୁମ୍ଭେମାନେ ଅମ୍ମୋନ୍ ସନ୍ତାନଗଣ ନିକଟରେ ପହଞ୍ଚିବ, କିନ୍ତୁ ତୁମ୍ଭେମାନେ ସେମାନଙ୍କୁ କ୍ଳେଶ ଦେବ ନାହିଁ। ସେମାନଙ୍କ ସହିତ ଯୁଦ୍ଧ କର ନାହିଁ। କାରଣ ତୁମ୍ଭକୁ ସେ ଦେଶ ଦେବା ନାହିଁ। କାରଣ ସେମାନେ ହେଉଛନ୍ତି ଲୋଟର ବଂଶଧର। ଆମ୍ଭେ ସେମାନଙ୍କୁ ଏହିଦେଶ ଦେଇଅଛୁ।‌’”

Gade chapit la Kopi




ଦ୍ଵିତୀୟ ବିବରଣ 2:19
8 Referans Kwoze  

ତହିଁରେ ସଦାପ୍ରଭୁ ମୋତେ କହିଲେ, “ମୋୟାବକୁ କ୍ଳେଶ ଦିଅ ନାହିଁ, ଅବା ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଅଧିକାରାର୍ଥେ ସେମାନଙ୍କ ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ଆର ନଗର ଅଧିକାରାର୍ଥେ ଦେଇଅଛୁ।”


ଏବେ ଅମ୍ମୋନର ଓ ମୋୟାବର ଓ ସେୟୀର-ପାର୍ବତୀୟ ସନ୍ତାନଗଣକୁ ଦେଖ, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଏହି ଲୋକମାନଙ୍କୁ ଆକ୍ରମଣ କରିବା ପାଇଁ ତୁମ୍ଭେ ସେମାନଙ୍କୁ ଦେଲ ନାହିଁ, ମାତ୍ର ସେମାନେ ଏହି ଲୋକମାନଙ୍କ ନିକଟରୁ ଅନ୍ୟ ପଥରେ ଯାଇ ଏମାନଙ୍କୁ ବିନାଶ କଲେ ନାହିଁ।


ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।


କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।


ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍‍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;


ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।


Swiv nou:

Piblisite


Piblisite