Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଅଦ୍ୟାବଧି ଆମ୍ଭେ ସମସ୍ତ ଆକାଶମଣ୍ତଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ଵାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।

Gade chapit la Kopi

ଓଡିଆ ବାଇବେଲ

25 ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”

Gade chapit la Kopi

ପବିତ୍ର ବାଇବଲ

25 ଆଜି ଆମ୍ଭେ ସବୁଆଡ଼େ ସମସ୍ତଙ୍କ ମନରେ ତୁମ୍ଭ ବିଷୟରେ ଭୟ ସୃଷ୍ଟି କରିବୁ। ସେମାନେ ଏହି ଖବର ପାଇଲା ମାତ୍ରେ ସେମାନେ ବହୁତ ଭୟ କରିବେ ଓ ଭୟରେ ଥରିବେ।’

Gade chapit la Kopi




ଦ୍ଵିତୀୟ ବିବରଣ 2:25
14 Referans Kwoze  

ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।


ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।


ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।


ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।


ସେମାନେ ପ୍ରସ୍ଥାନ କରନ୍ତେ, ମିସର ଆନନ୍ଦିତ ହେଲା; କାରଣ ସେମାନଙ୍କ ବିଷୟକ ଭୟ ସେମାନଙ୍କ ଉପରେ ପଡ଼ିଥିଲା।


ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।


ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।


ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।


ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।


ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣଙ୍କ ସକାଶୁ ଉଦ୍‍ବିଗ୍ନ ହେଲେ।


କାରଣ ଗିବୀୟୋନ୍‍ ଏକ ରାଜଧାନୀ ତୁଲ୍ୟ ବୃହତ ନଗର ଓ ଅୟ ଅପେକ୍ଷା ବଡ଼ ଥିଲା, ପୁଣି ତହିଁର ଲୋକମାନେ ବୀର ଥିଲେ।


Swiv nou:

Piblisite


Piblisite