Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 2:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ବର୍ଜିତ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

34 ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

34 ସେ ସମୟରେ ରାଜା ସୀହୋନଙ୍କର ସମସ୍ତ ସହର ଓ ସମସ୍ତ ନଗରମାନଙ୍କୁ ହସ୍ତଗତ କଲୁ ଏବଂ ନଗରବାସୀ ସ୍ତ୍ରୀ ଓ ବାଳକ ସମେତ ସମସ୍ତ ଲୋକମାନଙ୍କୁ ବଧ କଲୁ। କାହାରିକୁ ଜୀବିତ ରଖିଲୁ ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 2:34
15 Referans Kwoze  

ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”


ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।


ଆମ୍ଭେମାନେ ହିଷ୍‍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।


ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।


ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।


ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।


ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।


ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।


ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍କେଦା ରାଜା ପ୍ରତି କଲେ।


ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।


Swiv nou:

Piblisite


Piblisite