Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 20:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ଵାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭକୁ କର ଦେବେ ଓ ତୁମ୍ଭର ସେବା କରିବେ।

Gade chapit la Kopi

ଓଡିଆ ବାଇବେଲ

11 ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ।

Gade chapit la Kopi

ପବିତ୍ର ବାଇବଲ

11 ଯଦି ସେମାନେ ତୁମ୍ଭମାନଙ୍କ ସନ୍ଧିରେ ରାଜି ହୋଇ ତୁମ୍ଭମାନଙ୍କ ନଗର ଗୁଡ଼ିକ ପାଇଁ ଦ୍ୱାର ଉନ୍ମୁକ୍ତ କରନ୍ତି, ତେବେ ସେହି ସହରର ସମସ୍ତ ଲୋକମାନେ ତୁମ୍ଭ ପାଇଁ କାମ କରିବାକୁ ବାଧ୍ୟ ଏବଂ ତୁମ୍ଭମାନଙ୍କର ଦାସ ହେବେ।

Gade chapit la Kopi




ଦ୍ଵିତୀୟ ବିବରଣ 20:11
16 Referans Kwoze  

କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।


ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।


ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।


ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।


ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।


ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ।


ମାତ୍ର ଯଦି ସେ ତୁମ୍ଭ ସହିତ ସନ୍ଧି ନ କରି ତୁମ୍ଭ ସହିତ ଯୁଦ୍ଧ କରେ, ତେବେ ତୁମ୍ଭେ ସେହି ନଗର ଅବରୋଧ କରିବ।


ତହୁଁ ସେମାନେ ଯିହୋଶୂୟଙ୍କୁ କହିଲେ, “ଆମ୍ଭେମାନେ ଆପଣଙ୍କର ଦାସ।” ତେବେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ କିଏ? ପୁଣି କେଉଁଠାରୁ ଆସିଅଛ?”


ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”


ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”


ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍‍ର ପ୍ରିୟପାତ୍ର ଥିଲେ।


Swiv nou:

Piblisite


Piblisite