Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 20:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ହେ ଇସ୍ରାଏଲ, ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ‘ହେ ଇସ୍ରାଏଲବାସୀ, ମୋର କଥା ଶୁଣ। ଆଜି ତୁମ୍ଭେମାନେ ତୁମ୍ଭର ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବାକୁ ଯିବ। ତୁମ୍ଭେମାନେ କେବେ ଭୟ କରିବ ନାହିଁ, ତୁମ୍ଭମାନଙ୍କର ହୃଦୟ ଦୁର୍ବଳ କର ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 20:3
31 Referans Kwoze  

ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”


ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।


ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।


ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରିପାରନ୍ତି, ତାହାଙ୍କୁ ହିଁ ଭୟ କର।


ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”


ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।


ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।


ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”


ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ।


“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।


ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।


ତୁମ୍ଭେ ଆପଣା ଶତ୍ରୁମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ବାହାରିଲେ, ଯେବେ ଆପଣା ଅପେକ୍ଷା ଅଧିକ ଅଶ୍ୱ, ରଥ ଓ ଲୋକ ଦେଖିବ, ତେବେ ତୁମ୍ଭେ ସେମାନଙ୍କ ବିଷୟରେ ଭୀତ ହେବ ନାହିଁ। କାରଣ ଯେ ତୁମ୍ଭକୁ ମିସର ଦେଶରୁ ଆଣିଅଛନ୍ତି, ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।


ଆଉ ତୁମ୍ଭେମାନେ ଯୁଦ୍ଧର ନିକଟବର୍ତ୍ତୀ ହେଲେ, ଯାଜକ ନିକଟକୁ ଆସି ଲୋକମାନଙ୍କୁ କହିବ,


କାରଣ ପରମେଶ୍ୱର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;


ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।


ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।


କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।”


ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”


ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।”


ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି।” ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ।


Swiv nou:

Piblisite


Piblisite