Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

4 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସପକ୍ଷ ହୋଇ ତୁମ୍ଭମାନଙ୍କ ଶତ୍ରୁଗଣର ପ୍ରତିକୂଳରେ ଯୁଦ୍ଧ କରି ରକ୍ଷା କରିବାକୁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଯାଉଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

4 କାରଣ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ଅଛନ୍ତି। ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧରେ ସାହାଯ୍ୟ କରିବେ ଓ ସେ ତୁମ୍ଭକୁ ଯୁଦ୍ଧରେ ଜୟ ଯୁକ୍ତ କରାଇବେ।’

Gade chapit la Kopi




ଦ୍ଵିତୀୟ ବିବରଣ 20:4
15 Referans Kwoze  

ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”


ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।”


ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।


ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।


ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।


ପୁଣି ଯିହୋଶୂୟ ଏହି ସମସ୍ତ ଦେଶ ଓ ରାଜାଗଣକୁ ଏକାବେଳେ ହସ୍ତଗତ କଲେ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।


ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”


ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?


ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ଭୟଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ହତାଶ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ।”


ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।


ଏହିରୂପେ ସଦାପ୍ରଭୁ ସେହି ଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।


ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”


Swiv nou:

Piblisite


Piblisite