Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 20:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, “ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।

Gade chapit la Kopi

ଓଡିଆ ବାଇବେଲ

8 ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।

Gade chapit la Kopi

ପବିତ୍ର ବାଇବଲ

8 “ଅଧିକାରୀଗଣ ଲୋକମାନଙ୍କୁ କହିବେ, ‘ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି କି? ସେ ଫେରି ଆପଣା ଗୃହକୁ ଯାଉ, ଯେମିତି ସେ ତା'ର ଭାଇର ହୃଦୟକୁ ଭୟରେ ତରଳାଇ ନ ଦେଉ।’

Gade chapit la Kopi




ଦ୍ଵିତୀୟ ବିବରଣ 20:8
14 Referans Kwoze  

ଏଣୁ ଏବେ ଏହା କର, ‘ଯେକେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର।’” ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’”


ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ।


କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”


ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ।


କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।


ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ଯାଇଥିଲେ, ସେମାନେ କହିଲେ, “ଆମ୍ଭେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନ ପାରୁ, କାରଣ ସେମାନେ ଆମ୍ଭମାନଙ୍କଠାରୁ ବଳବାନ।”


ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି।


ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।


ପୁଣି ଅଧ୍ୟକ୍ଷଗଣ ଲୋକମାନଙ୍କ ସହିତ କଥା ସମାପ୍ତ କଲା ଉତ୍ତାରେ ସେମାନେ ସୈନ୍ୟ ଉପରେ ସେନାପତିମାନଙ୍କୁ ନିଯୁକ୍ତ କରିବେ।


ବିପଦର ଦିନରେ ତୁମ୍ଭେ ଯେବେ ସାହସହୀନ ହେବ, ତେବେ ତୁମ୍ଭର ଶକ୍ତି ଅଳ୍ପ।


Swiv nou:

Piblisite


Piblisite