Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 23:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍‍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍‍କୁ ବେତନ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ।

Gade chapit la Kopi

ଓଡିଆ ବାଇବେଲ

4 କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍‍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍‍କୁ ବେତନ ଦେଲେ।

Gade chapit la Kopi

ପବିତ୍ର ବାଇବଲ

4 କାରଣ ତୁମ୍ଭେମାନେ ମିଶରରୁ ବାହାର ହୋଇ ଆସିବା ବେଳେ ସେହି ସମୟରେ ସେମାନେ ଅନ୍ନଜଳ ସହିତ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ। ପୁଣି ସେମାନେ ତୁମ୍ଭମାନଙ୍କୁ ଶାପଦେବା ନିମନ୍ତେ ମେସୋପଟାମିଆର ପଥୋର ସହର ନିବାସୀ ବିଲିୟମକୁ ପାରଶ୍ରମିକ ଦେଲେ।

Gade chapit la Kopi




ଦ୍ଵିତୀୟ ବିବରଣ 23:4
19 Referans Kwoze  

କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍‍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।


ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)


ତେବେ ମୁଁ କʼଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?”


ତହୁଁ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବାଲାକ ଅରାମଠାରୁ, ମୋୟାବର ରାଜା ପୂର୍ବଦିଗସ୍ଥିତ ପର୍ବତଶ୍ରେଣୀରୁ ମୋତେ ଆଣିଅଛି; ‘ଆସ, ଆମ୍ଭ ନିମନ୍ତେ ଯାକୁବକୁ ଅଭିଶାପ ଦିଅ;’ ପୁଣି, ‘ଆସ, ଇସ୍ରାଏଲକୁ ଅଭିଶପ୍ତ କର।’


କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି, ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।’”


ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, “ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?”


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍‍କୁ ଡକାଇଲା।


ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?


ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।


ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।


Swiv nou:

Piblisite


Piblisite