Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 23:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ ଯାତ୍ରା କରିବା ସମୟରେ ଆପଣାକୁ ସକଳ ମନ୍ଦ ବିଷୟରୁ ରକ୍ଷା କରିବ।

Gade chapit la Kopi

ପବିତ୍ର ବାଇବଲ

9 “ଯେତେବେଳେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବ। ତୁମ୍ଭମାନଙ୍କୁ ଯାହା ଅପବିତ୍ର କରିବ ତାହାଠାରୁ ଦୂରେଇ ରହିବ।

Gade chapit la Kopi




ଦ୍ଵିତୀୟ ବିବରଣ 23:9
11 Referans Kwoze  

ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।


ପୁଣି ଯିହୋଶାଫଟ୍‍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍‍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ।


ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ।


ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।


ସେମାନଙ୍କ ତୃତୀୟ ପୁରୁଷରେ ଉତ୍ପନ୍ନ ସନ୍ତାନଗଣ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବେ।


ତୁମ୍ଭମାନଙ୍କ ମଧ୍ୟରେ ଯଦି କୌଣସି ବ୍ୟକ୍ତି ରାତ୍ରିଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ, ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ।


“ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ କରିବେ,” ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା “ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।”


Swiv nou:

Piblisite


Piblisite