Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 24:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକି ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକିଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।

Gade chapit la Kopi

ଓଡିଆ ବାଇବେଲ

13 ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ, ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକିଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ; ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।

Gade chapit la Kopi

ପବିତ୍ର ବାଇବଲ

13 ସେ ଯେପରି ଆପଣା ବସ୍ତ୍ର ଘେନି ଶୟନ କରି ତୁମ୍ଭକୁ ଆଶୀର୍ବାଦ କରିବ। ଏଥିପାଇଁ ସୂର୍ଯ୍ୟାସ୍ତ ସମୟରେ ତାହାର ବନ୍ଧକ ଦ୍ରବ୍ୟ ତାହାକୁ ଅବଶ୍ୟ ଫେରାଇ ଦେବ। ତହିଁରେ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭ ପ୍ରତି ଧାର୍ମିକତା ହେବ।

Gade chapit la Kopi




ଦ୍ଵିତୀୟ ବିବରଣ 24:13
24 Referans Kwoze  

ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”


ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ନିମନ୍ତେ ଧାର୍ମିକତା ହେବ।”


ତାହାରି ଦିନରେ ତାହାକୁ ତାହାର ବେତନ ଦେବ; ସୂର୍ଯ୍ୟାସ୍ତ ଯାଏ ତାହା ରଖିବ ନାହିଁ; କାରଣ ସେ ଦୁଃଖୀଲୋକ, ତହିଁ ଉପରେ ତାହାର ମନ ଥାଏ କେଜାଣି ସେ ତୁମ୍ଭ ବିରୁଦ୍ଧରେ ସଦାପ୍ରଭୁଙ୍କୁ ଡାକ ପକାଇବ, ତହିଁରେ ତୁମ୍ଭର ପାପ ହେବ।


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।


କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ।


ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।


ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।


ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,


ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;


ଏହା କଲେ, ଅରୁଣ ତୁଲ୍ୟ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ; ପୁଣି, ତୁମ୍ଭର ଧର୍ମ ତୁମ୍ଭର ଅଗ୍ରବର୍ତ୍ତୀ ହେବ; ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭର ପଶ୍ଚାଦ୍‍ବର୍ତ୍ତୀ ହେବ।


ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।


ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।


କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,


ପୁଣି ସେ ଯେବେ ଦୁଃଖୀଲୋକ ଥାଏ, ତେବେ ତୁମ୍ଭେ ତାହାର ବନ୍ଧକି ଦ୍ରବ୍ୟ ଘେନି ନିଦ୍ରା ଯିବ ନାହିଁ।


ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।


Swiv nou:

Piblisite


Piblisite