Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 24:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ସେହି ଶେଷ ସ୍ଵାମୀ ଯେବେ ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରିଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ଵାମୀ ଯେବେ ମରେ;

Gade chapit la Kopi

ଓଡିଆ ବାଇବେଲ

3 ମାତ୍ର ସେହି ଶେଷ ସ୍ୱାମୀ ଯଦି ତାହାକୁ ଘୃଣା କରେ ଓ ଏକ ଛାଡ଼ପତ୍ର ଲେଖି ତାହାର ହସ୍ତରେ ଦେଇ ତାହାକୁ ଆପଣା ଗୃହରୁ ବିଦାୟ କରି ଦିଏ; ଅବା ଯେ ତାହାକୁ ଭାର୍ଯ୍ୟା ରୂପେ ଗ୍ରହଣ କରିଥିଲା, ସେହି ଶେଷ ସ୍ୱାମୀ ଯେବେ ମରେ;

Gade chapit la Kopi

ପବିତ୍ର ବାଇବଲ

3-4 ଧରାଯାଉ ତା’ ନୂତନ ସ୍ୱାମୀ ତାକୁ ଭଲ ପାଇଲା ନାହିଁ ଓ ତାକୁ ମଧ୍ୟ ଛାଡ଼ପତ୍ର ଦେଲା କିଅବା ନୂତନ ସ୍ୱାମୀର ମୃତ୍ୟୁ ହୁଏ, ତେବେ ମଧ୍ୟ ତା'ର ପ୍ରଥମ ସ୍ୱାମୀ ତାକୁ ଆଉ ପୁନଃ ବିବାହ କରିବା ଉଚିତ୍ ନୁହଁ। ସେ କଳୁଷିତ ହୋଇ ସାରିବା ପରେ, କାରଣ ଏହି କାର୍ଯ୍ୟ ସଦାପ୍ରଭୁଙ୍କ ଆଗରେ ଘୃଣ୍ୟ ଅଟେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଦେଶ ତୁମ୍ଭମାନଙ୍କୁ ଅଧିକାର କରିବା ପାଇଁ ଦେଉଛନ୍ତି ତାକୁ ପାପରେ ଦୋଷୀ କରାଅ ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 24:3
7 Referans Kwoze  

ଆହୁରି ଉକ୍ତ ଅଛି, ‘ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ।’


ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି।


ପୁଣି ସେ ସ୍ତ୍ରୀ ତାହାର ଗୃହରୁ ବାହାରିଗଲା ଉତ୍ତାରେ, ସେ ଯାଇ ଅନ୍ୟ ପୁରୁଷର ଭାର୍ଯ୍ୟା ହୋଇ ପାରିବ।


ତେବେ ସେ କଳଙ୍କିତା ହେଲା ଉତ୍ତାରେ ତାହାର ପ୍ରଥମ ସ୍ୱାମୀ, ଯେ ତାହାକୁ ବିଦାୟ ଦେଇଥିଲା, ତାହାକୁ ପୁନର୍ବାର ବିବାହ କରି ପାରିବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ସମ୍ମୁଖରେ ଘୃଣାଯୋଗ୍ୟ ଅଟେ; ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ଯେଉଁ ଦେଶ ତୁମ୍ଭକୁ ଦିଅନ୍ତି, ତୁମ୍ଭେ ତାହା ପାପରେ ଲିପ୍ତ କରିବ ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।


କୌଣସି ପୁରୁଷ କୌଣସି ସ୍ତ୍ରୀକୁ ବିବାହ କରି ଗ୍ରହଣ କଲା ଉତ୍ତାରେ ଯେବେ ସେ ତାହାଠାରେ କୌଣସି ଅବିଶ୍ୱସ୍ତ ବିଷୟ ପାଇବାରୁ ସେହି ସ୍ତ୍ରୀ ତାହା ଦୃଷ୍ଟିରେ ଅନୁଗ୍ରହ ନ ପାଏ, ତେବେ ସେ ପୁରୁଷ ତାହା ନିମନ୍ତେ ଏକ ଛାଡ଼ପତ୍ର ଲେଖି ତାହା ହସ୍ତରେ ଦେଇ ଆପଣା ଗୃହରୁ ତାହାକୁ ବିଦାୟ କରିବ।


Swiv nou:

Piblisite


Piblisite