Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 26:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆଶୀର୍ବାଦ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେ ଆପଣା ପବିତ୍ର ନିବାସ ସ୍ଵର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଆଶୀର୍ବାଦ କର।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆଶୀର୍ବାଦ କର।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର। ଏବଂ ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶକୁ ଆଶୀର୍ବାଦ କର।’

Gade chapit la Kopi




ଦ୍ଵିତୀୟ ବିବରଣ 26:15
26 Referans Kwoze  

ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତି-ସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋʼ ପ୍ରତି ନିବୃତ୍ତ ହୋଇଅଛି।


ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”


‘ସ୍ୱର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ? କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ?


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଆମ୍ଭେ ଯେଉଁ ସମୟରେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ସେସମୟରେ ଯିହୁଦା ଦେଶରେ ଓ ତହିଁର ନଗରସକଳରେ ସେମାନେ ପୁନର୍ବାର ଏହି କଥା ବ୍ୟବହାର କରିବେ, ‘ହେ ଧର୍ମନିବାସ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’


ତେବେ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।


ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?


ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଊର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।


ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।


ଆପଣା ଲୋକମାନଙ୍କୁ ତ୍ରାଣ କର ଓ ଆପଣା ଅଧିକାରକୁ ଆଶୀର୍ବାଦ କର; ସେମାନଙ୍କୁ ପ୍ରତିପାଳନ କର ଓ ଅନନ୍ତକାଳ ସେମାନଙ୍କୁ ବହନ କର।


ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଅତ୍ୟାଚାର ଦେଖିଲେ।


ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି।


ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।


ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।


ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।


ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର


ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’”


ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।


ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।


Swiv nou:

Piblisite


Piblisite