ଦ୍ଵିତୀୟ ବିବରଣ 26:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେ ଆଜି ଅଙ୍ଗୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ଵର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ। Gade chapit laଓଡିଆ ବାଇବେଲ17 ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ। Gade chapit laପବିତ୍ର ବାଇବଲ17 ତୁମ୍ଭେମାନେ ଆଜି ସଙ୍କଳ୍ପ କରିଅଛ ଯେ, ସେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଗ୍ଭଲିବ ଓ ତାଙ୍କର ବିଧି, ଆଜ୍ଞା, ଶାସନ ମାନି ଚଳିବ ଏବଂ ତାହାଙ୍କ ସ୍ୱର ଶୁଣ। Gade chapit la |
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କର ସମସ୍ତ ପଥରେ ଗମନ କରିବାକୁ ଓ ତାହାଙ୍କ ଆଜ୍ଞା ପାଳନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ରହିବାକୁ ଓ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ତାହାଙ୍କୁ ସେବା କରିବାକୁ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେ ଯେ ଆଜ୍ଞା ଓ ବ୍ୟବସ୍ଥା ଦେଇଅଛନ୍ତି, ତାହାସବୁ ପାଳନ କରିବାକୁ ଅତିଶୟ ଯତ୍ନବାନ ହୁଅ।”
ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”