Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 26:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, ଏକଜଣ ନଷ୍ଟ-କଳ୍ପ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ ଓ ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

5 ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ୍, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ,’ ଜଣେ ବୁଲୁଥିବା, ଅରାମୀୟ ଲୋକ ମୋର ପିତା ଥିଲେ ଓ ସେ ମିଶରକୁ ଗଲେ ଏବଂ ସେଠାରେ ଅଳ୍ପ କେତେକ ଲୋକ ସହିତ ବାସ କଲେ। ସେଠାରେ ସେ ଜାତୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଶକ୍ତିଶାଳୀ ହେଲେ।

Gade chapit la Kopi




ଦ୍ଵିତୀୟ ବିବରଣ 26:5
28 Referans Kwoze  

ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।


ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।


ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।


ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”


ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି।


ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇଯାଅ; କେଜାଣି ତାହା ଭୁଲ୍ ହୋଇଥିବ।


ମାତ୍ର ପରମେଶ୍ୱର ରାତ୍ରିକାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।”


ପୁଣି, ସେ ଓ ଆମ୍ଭମାନଙ୍କର ପିତୃ-ପୁରୁଷମାନେ ପ୍ରାଣତ୍ୟାଗ କଲେ,


ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।


ସେହି ଇସ୍‌ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍‍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍‍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।


ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋʼ ପୁତ୍ର ଇସ୍‌ହାକ ନିମନ୍ତେ କନ୍ୟା ଆଣିବ।”


ତୁମ୍ଭେମାନେ ଅନ୍ୟ ଲୋକଙ୍କ ଅପେକ୍ଷା ଅଧିକ ସଂଖ୍ୟକ ଥିଲ ବୋଲି ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସ୍ନେହ ରଖିଲେ ନାହିଁ କି ତୁମ୍ଭମାନଙ୍କୁ ମନୋନୀତ କଲେ ନାହିଁ, କାରଣ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଅଳ୍ପସଂଖ୍ୟକ ଥିଲ।


ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପିଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍‍ବିଗ୍ନ ହେଲେ।


ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।


ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।


ସେସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।


ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆଖିରୁ ନିଦ ପଳାଇଗଲା; ଏହିପରି ମୁଁ ଥିଲି;


ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍‍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍‍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।


ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରୀ ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”


ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।


ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।


ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା।


Swiv nou:

Piblisite


Piblisite