Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 26:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଅତ୍ୟାଚାର ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ଵରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଉପଦ୍ରବ ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

7 ତହୁଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ଡାକ ପକାଇଲୁ, ଆଉ ସଦାପ୍ରଭୁ ଆମ୍ଭମାନଙ୍କ ରବ ଶୁଣିଲେ ଓ ଆମ୍ଭମାନଙ୍କ କ୍ଳେଶ, ଶ୍ରମ ଓ ଅତ୍ୟାଚାର ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

7 ଏହା ପରେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ। ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଡାକ ଶୁଣିଲେ ଓ ଆମ୍ଭମାନଙ୍କର କଷ୍ଟକୁ ହୃଦୟଙ୍ଗମ କଲେ ଓ ଉପଦ୍ରବ ଶ୍ରମ ଦେଖିଲେ।

Gade chapit la Kopi




ଦ୍ଵିତୀୟ ବିବରଣ 26:7
18 Referans Kwoze  

ବହୁ କାଳ ଉତ୍ତାରେ ମିସରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ-ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।


ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।


“ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;


ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର।


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


“କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।”


ଏବେ ମିସରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।


ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।


ହୋଇପାରେ, ମୋʼ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”


ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।


ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”


ଇସ୍ରାଏଲ-ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।


ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।


Swiv nou:

Piblisite


Piblisite