Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 27:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହିଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।

Gade chapit la Kopi

ପବିତ୍ର ବାଇବଲ

2 ଯେଉଁ ଦିନ ତୁମ୍ଭେମାନେ ଯେତେବେଳେ ଯର୍ଦ୍ଦନ ନଦୀ ପାରହେଲ ଏବଂ ସେହି ଦେଶରେ ପ୍ରବେଶ କଲ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି। ସେହି ଦିନ ହିଁ ଏକ ବୃହତ୍ ପ୍ରସ୍ତର ସ୍ଥାପନ କରି ତାହା ଲେପନ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 27:2
16 Referans Kwoze  

ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।


ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।


ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥା-ଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ଏହିରୂପେ ସମୁଦାୟ ଗୋଷ୍ଠୀ ସମ୍ପୂର୍ଣ୍ଣ ରୂପେ ଯର୍ଦ୍ଦନ ପାର ହେଲା ଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,


“ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।’”


ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ;


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଉଅଛନ୍ତି, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ, ପୁଣି ତୁମ୍ଭେମାନେ ତାହା ଅଧିକାର କରିବ ଓ ତହିଁରେ ବାସ କରିବ।


ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;


ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।


ଏଥିଉତ୍ତାରେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ସବୁ ପାଳନ କର।


ପୁଣି ଆଜି ମୁଁ ଯେଉଁ ପ୍ରସ୍ତରଗୁଡ଼ିକ ବିଷୟରେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲି, ତୁମ୍ଭେମାନେ ଯର୍ଦ୍ଦନ ପାର ହେଲା ଉତ୍ତାରେ ଏବଲ ପର୍ବତରେ ସେହି ପ୍ରସ୍ତରସବୁ ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।


ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ।


ପୁଣି ସେ ସେହି ପ୍ରସ୍ତର ଉପରେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ମୋଶାଙ୍କ ଦ୍ୱାରା ଲିଖିତ ବ୍ୟବସ୍ଥା-ଗ୍ରନ୍ଥର ଅଂଶ ଉତ୍ତାରି ଲେଖିଲେ।


ଯେବେ ଲୌହ ଲେଖନୀ ଓ ସୀସା ଦ୍ୱାରା ସଦାକାଳ ପାଇଁ ତାହାସବୁ ପାଷାଣରେ ଖୋଦିତ ହୁଅନ୍ତା!


Swiv nou:

Piblisite


Piblisite