Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 28:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେସବୁ ମାନିବା ପାଇଁ ଓ କରିବା ପାଇଁ ଯେବେ ତୁମ୍ଭେ ତାହାଙ୍କ ରବରେ ଯନିପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।

Gade chapit la Kopi

ଓଡିଆ ବାଇବେଲ

1 ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।

Gade chapit la Kopi

ପବିତ୍ର ବାଇବଲ

1 “ବର୍ତ୍ତମାନ ତୁମ୍ଭେମାନେ ଯଦି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସ୍ୱର ଶୁଣ ଏବଂ ସମସ୍ତ ଆଜ୍ଞା ପାଳନ କର, ଯାହା ମୁଁ ଆଜି ତୁମ୍ଭକୁ କହୁଅଛି, ତେବେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ପୃଥିବୀର ଅନ୍ୟ ଜାତିଗଣ ଅପେକ୍ଷା ବହୁ ଉଚ୍ଚରେ ରଖିବେ।

Gade chapit la Kopi




ଦ୍ଵିତୀୟ ବିବରଣ 28:1
31 Referans Kwoze  

ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।


ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହାସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”


“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”


ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।


ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାର କରିବା ପାଇଁ ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ସେ ନିଶ୍ଚୟ ତୁମ୍ଭକୁ ଆଶୀର୍ବାଦ କରିବେ।


ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।


ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।


କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”


“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”


ପୁଣି, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେବେ ଯତ୍ନପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର-ଦ୍ୱାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହି ଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର;


ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।


ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ,


ଯେଉଁମାନେ ନ୍ୟାୟ ରକ୍ଷା କରନ୍ତି, ସେମାନେ ଧନ୍ୟ ଓ ଯେ ସବୁବେଳେ ଧର୍ମାଚରଣ କରେ, ସେ ଧନ୍ୟ।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।


ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ। ପେ।


ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ।


ଆଉ, ସେମାନେ ଯେପରି ବାଲ୍‍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ।


ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।


ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ଯଦି ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଯେଉଁ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ,


ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।


ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;


Swiv nou:

Piblisite


Piblisite