Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍‍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକି ଆସିଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍‍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

1 “ଆମ୍ଭେମାନେ ଫେରି ବାଶନକୁ ଗଲୁ। ବାଶନର ରାଜା ଓଗ୍ ଏବଂ ତାହାର ସମସ୍ତ ପ୍ରଜା ଆମ୍ଭ ସହିତ ଯୁଦ୍ଧ କରିବାକୁ ଇଦ୍ରିୟୀକି ବାହାରି ଆସିଲେ।

Gade chapit la Kopi




ଦ୍ଵିତୀୟ ବିବରଣ 3:1
15 Referans Kwoze  

ଆଉ ଯେତେବେଳେ ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହେଲ, ସେତେବେଳେ ହିଷ୍‍ବୋନର ରାଜା ସୀହୋନ ଓ ବାଶନର ରାଜା ଓଗ୍‍ ଆମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାର ହେଲେ, ତହୁଁ ଆମ୍ଭେମାନେ ସେମାନଙ୍କୁ ସଂହାର କଲୁ।


“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ


ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;


ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍‍, ହିଷ୍‍ବୋନ ରାଜାର ଦେଶ ଓ ବାଶନର ଓଗ୍‍ ରାଜାର ଦେଶ ଅଧିକାର କଲେ।


ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।


ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍‍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର


ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,


ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।


ପୁଣି ସଦାପ୍ରଭୁ ଇମୋରୀୟମାନଙ୍କ ସୀହୋନ ଓ ଓଗ୍‍ ନାମକ ରାଜାମାନଙ୍କୁ ନାଶ କରି ସେମାନଙ୍କ ପ୍ରତି ଓ ସେମାନଙ୍କ ଦେଶ ପ୍ରତି ଯେରୂପ କଲେ, ଏମାନଙ୍କ ପ୍ରତି ସେରୂପ କରିବେ।


ଯର୍ଦ୍ଦନ-ପୂର୍ବଦିଗସ୍ଥ ଇମୋରୀୟମାନଙ୍କ ଏହି ଦୁଇ ରାଜାର ଦେଶ,


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।”


ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।


ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।


Swiv nou:

Piblisite


Piblisite