Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଅନନ୍ତର ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।

Gade chapit la Kopi

ଓଡିଆ ବାଇବେଲ

18 ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।

Gade chapit la Kopi

ପବିତ୍ର ବାଇବଲ

18 “ସେହି ସମୟରେ ମୁଁ ସେହି ଗୋଷ୍ଠୀୟମାନଙ୍କୁ ନିର୍ଦ୍ଦେଶ ଦେଇ କହିଲି: ‘ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବାସ କରିବାକୁ ଏହି ଯର୍ଦ୍ଦନ କୂଳସ୍ଥ ଦେଶ ଦେଇଛନ୍ତି। କିନ୍ତୁ ବର୍ତ୍ତମାନ ତୁମ୍ଭମାନଙ୍କ ମଧ୍ୟରୁ ବୀର ଗୋଷ୍ଠୀୟମାନେ ସୂସଜ୍ଜ ହୋଇ ତୁମ୍ଭମାନଙ୍କ ଭାଇମାନଙ୍କର ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।

Gade chapit la Kopi




ଦ୍ଵିତୀୟ ବିବରଣ 3:18
18 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”


ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।


ମାତ୍ର ତୁମ୍ଭେ ଏହି ସ୍ଥାନରେ ଆମ୍ଭ ନିକଟରେ ଠିଆ ହୁଅ, ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଯେଉଁ ଦେଶ ଦେବା, ସେହି ଦେଶରେ ସେମାନେ ପାଳନ କରିବା ପାଇଁ ତୁମ୍ଭେ ଯେଉଁ ବିଧି ଓ ଆଜ୍ଞା ଓ ଶାସନ ସେମାନଙ୍କୁ ଶିଖାଇବ ତାହାସବୁ ଆମ୍ଭେ ତୁମ୍ଭକୁ କହିବା।’


ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।


ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।


ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ଏହି ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେଉଁ ସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି।


ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ।


ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବକାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ତହିଁ ମଧ୍ୟରେ ଯଦି କ୍ଷେତ୍ରରେ ପତିତ କୌଣସି ହତ ଲୋକ ଦେଖାଯାଏ, ମାତ୍ର ତାହାକୁ କିଏ ବଧ କରିଅଛି, ତାହା ଜଣା ନ ଯାଏ,


ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଚତୁର୍ଦ୍ଦିଗସ୍ଥ ତୁମ୍ଭ ଶତ୍ରୁମାନଙ୍କଠାରୁ ତୁମ୍ଭକୁ ବିଶ୍ରାମ ଦେଲେ, ତୁମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଚିହ୍ନ ଲୋପ କରିବ; ତୁମ୍ଭେ ପାସୋରିବ ନାହିଁ।


“ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।’”


ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


Swiv nou:

Piblisite


Piblisite