Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେତେବେଳେ ସଦାପ୍ରଭୁ ମୋତେ କହିଲେ, ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍ବୋନ୍ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।

Gade chapit la Kopi

ଓଡିଆ ବାଇବେଲ

2 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ମୋତେ କହିଲେ, ‘ଓ‌ଗ୍‌କୁ ଭୟ କର ନାହିଁ, ମୁଁ ନିଷ୍ପତ୍ତି ନେଇଛି ଯେ ତାକୁ ତୁମ୍ଭମାନଙ୍କ ଆଗରେ ସମର୍ପଣ କରିବି। ମୁଁ ମଧ୍ୟ ତାଙ୍କର ସମସ୍ତ ଲୋକମାନଙ୍କୁ ଓ ଦେଶସବୁ ତୁମ୍ଭକୁ ଦେବି। ଇମ୍ମୋରୀୟ ରାଜା ସୀହୋନ ଯିଏକି ସଷବୋରେ ରାଜତ୍ୱ କରୁଥିଲେ, ସେହିପରି ତାହା ପ୍ରତି ମଧ୍ୟ କରିବ।’

Gade chapit la Kopi




ଦ୍ଵିତୀୟ ବିବରଣ 3:2
15 Referans Kwoze  

ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।


ଏ ଯୁଦ୍ଧରେ ଯୁଦ୍ଧ କରିବାକୁ ତୁମ୍ଭମାନଙ୍କର ଆବଶ୍ୟକ ହେବ ନାହଁ; ହେ ଯିହୁଦା ଓ ଯିରୂଶାଲମ, ଆପଣାମାନଙ୍କୁ ସଜାଅ, ତୁମ୍ଭେମାନେ ସୁସ୍ଥିର ହୁଅ ଓ ତୁମ୍ଭମାନଙ୍କ ସହବର୍ତ୍ତୀ ସଦାପ୍ରଭୁ କିପରି ଉଦ୍ଧାର କରିବେ, ତାହା ଦେଖ;’ ଭୟ କର ନାହିଁ, କି ନିରାଶ ହୁଅ ନାହିଁ; କାଲି ସେମାନଙ୍କ ପ୍ରତିକୂଳରେ ଯାଅ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛନ୍ତି।”


ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।


ପୁଣି, ପ୍ରଭୁ ରାତ୍ରିରେ ଦର୍ଶନ ଦ୍ୱାରା ପାଉଲଙ୍କୁ କହିଲେ, “ଭୟ କର ନାହିଁ, ନୀରବ ନ ରହି କଥା କୁହ,


ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ହେ ଇସ୍ରାଏଲ, “ଶୁଣ, ତୁମ୍ଭେମାନେ ଆଜି ଆପଣା ଶତ୍ରୁମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଯାଉଅଛ; ତୁମ୍ଭମାନଙ୍କ ହୃଦୟ ଦୁର୍ବଳ ନ ହେଉ; ଭୟ କର ନାହିଁ, କିଅବା କମ୍ପମାନ ହୁଅ ନାହିଁ, କିଅବା ସେମାନଙ୍କ ବିଷୟରେ ଭୟଯୁକ୍ତ ହୁଅ ନାହିଁ।


(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।


ସେହି ସମୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ହିଷ୍‍ବୋନବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ।”


କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।”


ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍‍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।


ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍‍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।


ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”


Swiv nou:

Piblisite


Piblisite