Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 30:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭ ଶରୀରଫଳରେ ଓ ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ-ମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।

Gade chapit la Kopi

ଓଡିଆ ବାଇବେଲ

10 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।

Gade chapit la Kopi

ପବିତ୍ର ବାଇବଲ

10 କିନ୍ତୁ ତୁମ୍ଭେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ପୁସ୍ତକର ସମସ୍ତ ନିୟମ ବିଧି ମାନି ଚଳିବାକୁ ପଡ଼ିବ। ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନିକଟକୁ ଯେବେ ଫେରି ଆସ।

Gade chapit la Kopi




ଦ୍ଵିତୀୟ ବିବରଣ 30:10
17 Referans Kwoze  

ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ।


ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।


ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’


ଆଉ ତୁମ୍ଭେ ଫେରିଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।


ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;


କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।


ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇପାରେ, ଏଥିନିମନ୍ତେ ମନ-ପରିବର୍ତ୍ତନ କରି ଫେରି ଆସନ୍ତୁ,


ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ।


ପୁନଶ୍ଚ ତୁମ୍ଭେ ଅବଶ୍ୟ ମରିବ, ଏହି କଥା ଆମ୍ଭେ ଦୁଷ୍ଟ ଲୋକକୁ କହିଲେ, ସେ ଯଦି ଆପଣା ପାପରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ;


ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?


ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।


ପୁଣି ଏହି ବ୍ୟବସ୍ଥା ପୁସ୍ତକର ଲିଖିତ ନିୟମର ସମସ୍ତ ଅଭିଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ବଂଶ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।


ଆଜି ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ତାହା ଅତିରିକ୍ତ କଠିନ ନୁହେଁ କିଅବା ଦୂରବର୍ତ୍ତୀ ନୁହେଁ।


ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।


ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।”


Swiv nou:

Piblisite


Piblisite