Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 30:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରିଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ବନ୍ଦୀତ୍ଵ ଫେରାଇବେ ଓ ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।

Gade chapit la Kopi

ଓଡିଆ ବାଇବେଲ

3 ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ବନ୍ଦୀତ୍ୱ ଫେରାଇବେ, ତୁମ୍ଭକୁ କରୁଣା କରିବେ ଓ ଫେରି ଆସି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛନ୍ତି, ତହିଁ ମଧ୍ୟରୁ ତୁମ୍ଭକୁ ସଂଗ୍ରହ କରିବେ।

Gade chapit la Kopi

ପବିତ୍ର ବାଇବଲ

3 ତେବେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ପ୍ରତି ଦୟାବାନ ହେବେ। ସଦାପ୍ରଭୁ ପୁନ୍ନରାୟ ମୁକ୍ତ କରିବେ। ସେ ତୁମ୍ଭମାନଙ୍କୁ ସେଠାରୁ ଫେରାଇ ଆଣିବେ,

Gade chapit la Kopi




ଦ୍ଵିତୀୟ ବିବରଣ 30:3
33 Referans Kwoze  

ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।


କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।


କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।


ସଦାପ୍ରଭୁ ଯିରୂଶାଲମକୁ ଗଢ଼ନ୍ତି; ସେ ଇସ୍ରାଏଲର ଦୂରୀକୃତ ଲୋକମାନଙ୍କୁ ସଂଗ୍ରହ କରନ୍ତି।


ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି।


ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ।


ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ବର ସମର୍ଥ ଅଟନ୍ତି।


ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, ‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।’


ଯେ ଇସ୍ରାଏଲର ଦୂରୀକୃତ ଲୋକଙ୍କୁ ସଂଗ୍ରହ କରନ୍ତି, ସେହି ପ୍ରଭୁ, ସଦାପ୍ରଭୁ କହନ୍ତି, ତାହାର ସଂଗୃହୀତ ନିଜ ଲୋକ ଛଡ଼ା ଆମ୍ଭେ ଅନ୍ୟ ଲୋକମାନଙ୍କୁ ତାହା ନିକଟରେ ସଂଗ୍ରହ କରିବା।”


ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।


ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”


ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।


ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ।


ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;


ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’


ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।


ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି, ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ।


ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।


ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା।


ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”


ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;


ଆମ୍ଭେ ଅଳ୍ପକ୍ଷଣ ନିମନ୍ତେ ତୁମ୍ଭକୁ ତ୍ୟାଗ କରିଅଛୁ; ମାତ୍ର ମହାକରୁଣାରେ ତୁମ୍ଭକୁ ସଂଗ୍ରହ କରିବା।


ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହି ସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।


ଏଥିପାଇଁ ତୁମ୍ଭେ କୁହ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛ, ସେହି ସବୁ ଦେଶରୁ ତୁମ୍ଭମାନଙ୍କୁ ଏକତ୍ର କରିବା ଓ ଇସ୍ରାଏଲ ଦେଶ ତୁମ୍ଭମାନଙ୍କୁ ଦେବା।’


ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।


ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।


ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।


Swiv nou:

Piblisite


Piblisite