Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 30:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ ତୁମ୍ଭେ ଫେରିଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।

Gade chapit la Kopi

ଓଡିଆ ବାଇବେଲ

8 ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।

Gade chapit la Kopi

ପବିତ୍ର ବାଇବଲ

8 ଏବଂ ତୁମ୍ଭେମାନେ ପୁନ୍ନରାୟ ସଦାପ୍ରଭୁଙ୍କୁ ମାନିବ। ତୁମ୍ଭେମାନେ ତାଙ୍କର ସମସ୍ତ ନିର୍ଦ୍ଦେଶ ମାନିବ ଯାହା ମୁଁ ଆଜି ତୁମ୍ଭମାନଙ୍କୁ କହୁଅଛି।

Gade chapit la Kopi




ଦ୍ଵିତୀୟ ବିବରଣ 30:8
14 Referans Kwoze  

ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ବରଙ୍କ ସହିତ ମିଳିତ କରାନ୍ତି।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।


କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି।


ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।


ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;


ଅନ୍ତଃକରଣର କଳ୍ପନା ମନୁଷ୍ୟର ଅଟେ; ମାତ୍ର ଜିହ୍ୱାର ଉତ୍ତର ସଦାପ୍ରଭୁଙ୍କଠାରୁ ହୁଏ।


ଆଉ ଯେଉଁମାନେ ତୁମ୍ଭକୁ ତାଡ଼ନା କଲେ, ତୁମ୍ଭର ସେହି ଶତ୍ରୁ ଓ ଘୃଣାକାରୀମାନଙ୍କ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହିସବୁ ଅଭିଶାପ ବର୍ତ୍ତାଇବେ।


ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ଫେରିବ;


ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”


Swiv nou:

Piblisite


Piblisite