Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 30:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ଫେରିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ଫେରିବ;

Gade chapit la Kopi

ଓଡିଆ ବାଇବେଲ

9 ଯେବେ ତୁମ୍ଭେ ଏହି ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞା ଓ ବିଧିସବୁ ମାନିବାକୁ ତାହାଙ୍କ ରବରେ ଅବଧାନ କରିବ; ଯେବେ ତୁମ୍ଭେ ଆପଣା ସମସ୍ତ ହୃଦୟ ଓ ଆପଣା ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ଫେରିବ;

Gade chapit la Kopi

ପବିତ୍ର ବାଇବଲ

9 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ଓ ସମୃଦ୍ଧିଶାଳୀ କରିବେ। ସେ ତୁମ୍ଭକୁ ବହୁ ସନ୍ତାନ ଦେଇ ଆଶୀର୍ବାଦ କରିବେ। ସେ ତୁମ୍ଭର ଗାଈମାନଙ୍କୁ ଆଶୀର୍ବାଦ କରିବେ, ସେମାନଙ୍କ ବହୁସଂଖ୍ୟକ ବାଛୁରି ହେବ। ସେ ତୁମ୍ଭର କ୍ଷେତ୍ରକୁ ଆଶୀର୍ବାଦ କରିବେ, ତାହା ଉତ୍ତମ ଶସ୍ୟ ପ୍ରଦାନ କରିବ। ସଦାପ୍ରଭୁ ପୁଣି ଥରେ ତୁମ୍ଭଠାରେ ଆନନ୍ଦିତ ହେବେ ଓ ମଙ୍ଗଳ କରିବେ, ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଠାରେ ଆନନ୍ଦିତ ଥିଲେ।

Gade chapit la Kopi




ଦ୍ଵିତୀୟ ବିବରଣ 30:9
19 Referans Kwoze  

ଆହୁରି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ସେମାନଙ୍କ ବିଷୟରେ ଆନନ୍ଦ କରିବା ଓ ଆମ୍ଭେ ଆପଣାର ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସେମାନଙ୍କୁ ଏହି ଦେଶରେ ନିଶ୍ଚୟ ରୋପଣ କରିବା।


ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।


ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍‍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ।


ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟିଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।


ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।


କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”


ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା, ଏହା ସଦାପ୍ରଭୁ କହନ୍ତି।


ପୁଣି, ଆମ୍ଭେ ଯିରୂଶାଲମରେ ଉଲ୍ଲାସ କରିବା ଓ ଆମ୍ଭ ଲୋକମାନଙ୍କଠାରେ ଆନନ୍ଦ କରିବା; ପୁଣି, ତହିଁ ମଧ୍ୟରେ ରୋଦନର ଶବ୍ଦ, କିଅବା କ୍ରନ୍ଦନର ଶବ୍ଦ ଆଉ ଶୁଣାଯିବ ନାହିଁ।


ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।


ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।


ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।


ଯୁବା ଲୋକ ଯେପରି କୁମାରୀକୁ ବିବାହ କରେ, ସେହିପରି ତୁମ୍ଭର ପୁତ୍ରଗଣ ତୁମ୍ଭକୁ ବିବାହ କରିବେ; ପୁଣି ବର ଯେପରି କନ୍ୟାଠାରେ ଆନନ୍ଦ କରେ, ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।


ଆଉ ତୁମ୍ଭେ ଫେରିଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।


ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ମଧ୍ୟରେ ମନୁଷ୍ୟ ଓ ପଶୁ ରୂପ ବୀଜ ବପନ କରିବା, ଏପରି ସମୟ ଆସୁଅଛି।


ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।


ତୁମ୍ଭେ ପରିତ୍ୟକ୍ତା ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ ଅନାଥା ବୋଲି ଆଉ ଡକାଯିବ ନାହିଁ; ମାତ୍ର ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା) ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।


Swiv nou:

Piblisite


Piblisite