Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଛାମୁରେ ଛିଡ଼ା ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା; ତହିଁରେ ସେମାନେ ପୃଥିବୀରେ ଯାବଜ୍ଜୀବନ ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।

Gade chapit la Kopi

ଓଡିଆ ବାଇବେଲ

10 ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।”

Gade chapit la Kopi

ପବିତ୍ର ବାଇବଲ

10 ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଛିଡ଼ା ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, ‘ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ରିତ କର। ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଯାବଜ୍ଜୀବନ ଆମ୍ଭକୁ ଭୟ କରିବା ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।’

Gade chapit la Kopi




ଦ୍ଵିତୀୟ ବିବରଣ 4:10
25 Referans Kwoze  

ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।


ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।


ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।


ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।


ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, “ହେ ଈଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।”


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!


ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।


କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।


ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା!


ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।


କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ରପୌତ୍ରମାନଙ୍କୁ ତାହା ଶିଖାଅ।


ଆଉ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ, ତୁମ୍ଭେ ଶୋଇବା ବେଳେ ଓ ଉଠିବା ବେଳେ ଏହିସବୁ ବିଷୟରେ କଥାବାର୍ତ୍ତା କରି ଆପଣା ଆପଣା ସନ୍ତାନଗଣକୁ ଶିକ୍ଷା ଦେବ।


ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ଏହି ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେଉଁ ସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି।


ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।”


ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।


ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।


ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।


ଯେପରି ଆଜି ମୁଁ କରୁଅଛି, ସେହିପରି ଜୀବିତ ଲୋକ, କେବଳ ଜୀବିତ ଲୋକ ତୁମ୍ଭର ପ୍ରଶଂସା କରିବ; ପିତା ସନ୍ତାନଗଣକୁ ତୁମ୍ଭର ସତ୍ୟତା ଜ୍ଞାତ କରାଇବ।


Swiv nou:

Piblisite


Piblisite