Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ବାଲ୍‍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍‍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ବାଲପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ବାଲ୍‍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍‍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

3 “ତୁମ୍ଭେମାନେ ସଦାପ୍ରଭୁଙ୍କର କର୍ମ ବାଲପିୟୋରରେ ଦେଖିଅଛ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବାଲପିୟୋରର ପଶ୍ଚା‌ଦ୍‌ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ହତ୍ୟା କରିଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 4:3
9 Referans Kwoze  

ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।


ପିୟୋର ବିଷୟକ ଯେଉଁ ଅପରାଧ ସକାଶୁ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲେ ହେଁ ତହିଁରୁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ଆପଣାମାନଙ୍କୁ ପରିଷ୍କୃତ କରିପାରି ନାହୁଁ, ଏହା କି ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ,


ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।


ମାତ୍ର ସୀନୟ ପ୍ରାନ୍ତରରେ ଇସ୍ରାଏଲ-ସନ୍ତାନଗଣଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଏମାନଙ୍କ ମଧ୍ୟରେ ନ ଥିଲା।


ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ।


ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;


ମାତ୍ର ତୁମ୍ଭମାନଙ୍କର ଚକ୍ଷୁ ସଦାପ୍ରଭୁଙ୍କ କୃତ ସକଳ ମହାକର୍ମ ଦେଖିଅଛି।


Swiv nou:

Piblisite


Piblisite