ଦ୍ଵିତୀୟ ବିବରଣ 4:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବରେ ଅବଧାନ କରିବ। Gade chapit laଓଡିଆ ବାଇବେଲ30 ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ। Gade chapit laପବିତ୍ର ବାଇବଲ30 ଯେତେବେଳେ ତୁମ୍ଭେମାନେ ବିପଦରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭମାନଙ୍କର ଉପରେ ଘଟିବ, ସେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରିବ ଓ ତାଙ୍କର ସମସ୍ତ ଅନୁଶାସନ ମାନିବ। Gade chapit la |
ସେସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, ‘ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?’
ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’