Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣାଯାଇଅଛି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପରମେଶ୍ଵର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ତଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରା; ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣା ଯାଇଅଛି?

Gade chapit la Kopi

ଓଡିଆ ବାଇବେଲ

32 ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣା ଯାଇଅଛି ?

Gade chapit la Kopi

ପବିତ୍ର ବାଇବଲ

32 “ଏହା ପୂର୍ବରୁ ଏପରି ମହାନ କାର୍ଯ୍ୟ କେବେ ଦେଖିଛ କି? କଦାପି ନୁହେଁ କାରଣ ଅତୀତକୁ ଦେଖ। ତୁମ୍ଭମାନଙ୍କର ଜନ୍ମ ପୂର୍ବରୁ ଦେଖ। ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନଠାରୁ ପୃଥିବୀର ଗ୍ଭରିଆଡ଼େ ଏପରି ମହାନ କାର୍ଯ୍ୟ କେହି କରିଛି। ଏପରି ମହାକାର୍ଯ୍ୟ ଘଟିବାର ଆଉ କେହି ଶୁଣିଛ କି? ନାଁ!

Gade chapit la Kopi




ଦ୍ଵିତୀୟ ବିବରଣ 4:32
15 Referans Kwoze  

କାରଣ ବିନୟ କରୁଅଛି, ପୂର୍ବକାଳୀନ ଲୋକଙ୍କୁ ପଚାର ଓ ସେମାନଙ୍କ ପିତୃଗଣ ଅନୁସନ୍ଧାନ କରି ଯାହା ପାଇଅଛନ୍ତି, ତହିଁରେ ମନୋଯୋଗ କର;


ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”


ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।


ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ।


ହେ ଇସ୍ରାଏଲର ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟରେ କି ଏହା ଘଟିଅଛି?


ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।


ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”


ଯଦି ତୁମ୍ଭର ଦୂରୀକୃତ ଲୋକମାନଙ୍କ ମଧ୍ୟରୁ କେହି ଆକାଶମଣ୍ଡଳର ପ୍ରାନ୍ତସୀମାରେ ଥାଏ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେଠାରୁ ମଧ୍ୟ ତୁମ୍ଭକୁ ସଂଗ୍ରହ କରିବେ ଓ ସେଠାରୁ ତୁମ୍ଭକୁ ନେଇ ଆସିବେ।


ତେବେ ସେ କହିଲେ, “ଦେଖ, ମୁଁ ଗୋଟିଏ ନିୟମ କରିବି; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟକର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ଆମ୍ଭେ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ଅଟେ।


ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?


ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।


ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।


“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।


Swiv nou:

Piblisite


Piblisite