Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ଵାରା ଓ ଚିହ୍ନ ଦ୍ଵାରା ଓ ଆଶ୍ଚର୍ଯ୍ୟକର୍ମ ଦ୍ଵାରା ଓ ଯୁଦ୍ଧ ଦ୍ଵାରା ଓ ପରାକ୍ରା; ହସ୍ତ ଦ୍ଵାରା ଓ ବିସ୍ତାରିତ ବାହୁ ଦ୍ଵାରା ଓ ଭୟଙ୍କର ମହାକର୍ମ ଦ୍ଵାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

34 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 4:34
35 Referans Kwoze  

ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା, ବିସ୍ତୀର୍ଣ୍ଣ ବାହୁ ଦ୍ୱାରା, ମହାଭୟ ଓ ନାନା ଚିହ୍ନ ପୁଣି ଆଶ୍ଚର୍ଯ୍ୟକର୍ମ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।


ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଶ୍ରାମବାର ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି।


ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।


ତୁମ୍ଭେ ନିଜ ଆଖିରେ ଯେଉଁ ମହା ମହା ପରଖ ଦେଖିଅଛ, ଯେଉଁ ଯେଉଁ ଚିହ୍ନ, ଆଶ୍ଚର୍ଯ୍ୟକ୍ରିୟା, ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାହାର କରି ଆଣିଅଛନ୍ତି, ତାହାସବୁ ଉତ୍ତମ ରୂପେ ସ୍ମରଣ କରିବ। ତୁମ୍ଭେ ଯେଉଁମାନଙ୍କୁ ଭୟ କରୁଅଛ, ସେସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହିପରି କରିବେ।


ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;


ତୁମ୍ଭେ ଆପଣା ସନ୍ତାନକୁ କହିବ, “ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ;


ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।


ପୁଣି, ମୋଶା ସମସ୍ତ ବାହୁ ବଳ ଏବଂ ଯେଉଁସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍‍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।


ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ।”


ଅତଏବ, ଈଶ୍ବରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;


ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?”


ସେହି ମହା ମହା ପରଖ, ଚିହ୍ନ ଓ ମହତ୍ ଆଶ୍ଚର୍ଯ୍ୟ-କର୍ମସକଳ ତୁମ୍ଭର ଚକ୍ଷୁ ଦେଖିଅଛି,


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ପୁଣି, ମିସର ଦେଶରେ ଆମ୍ଭର ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବହୁସଂଖ୍ୟକ କରିବା।


ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟକର୍ମ କଲେ।


ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।


ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।


ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।”


ପୁଣି ଆଜିଠାରୁ ଜ୍ଞାନବାନ ହୁଅ କାରଣ ମୁଁ ତୁମ୍ଭମାନଙ୍କ ବାଳକମାନଙ୍କୁ କହୁ ନାହିଁ, ସେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ କୃତ ଶାସ୍ତି ଜାଣି ନାହାନ୍ତି, ତାହାଙ୍କ ମହିମା, ତାହାଙ୍କ ବଳବାନ ହସ୍ତ ଓ ବିସ୍ତାରିତ ବାହୁ,


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।


ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବକାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?


ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।


ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।”


ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?


ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।


ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।


ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।


ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।


Swiv nou:

Piblisite


Piblisite