Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;

Gade chapit la Kopi

ଓଡିଆ ବାଇବେଲ

44 ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ;

Gade chapit la Kopi

ପବିତ୍ର ବାଇବଲ

44 ଏହା ପରେ ମୋଶା ଇସ୍ରାଏଲୀୟ ସନ୍ତାନଗଣର ସମ୍ମୁଖରେ ଏହି ପରମେଶ୍ୱରଙ୍କ ବ୍ୟବସ୍ଥା କଲେ।

Gade chapit la Kopi




ଦ୍ଵିତୀୟ ବିବରଣ 4:44
14 Referans Kwoze  

କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।


ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।


ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥା ଆଦେଶ କଲେ, ତାହା ଯାକୁବ-ସମାଜର ଅଧିକାର।


“ଯେକେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।”


ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।


ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।


ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।


ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।


ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍‍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍‍।


ଅର୍ଥାତ୍‍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍‍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।


ଇସ୍ରାଏଲ-ସନ୍ତାନଗଣ ଯେଉଁ ଦେଶୀୟ ରାଜାମାନଙ୍କୁ ବଧ କରି ଯର୍ଦ୍ଦନ ସେପାରି ସୂର୍ଯ୍ୟୋଦୟ ଆଡ଼େ ଅର୍ଣ୍ଣୋନ ଉପତ୍ୟକାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ଓ ପୂର୍ବଦିଗସ୍ଥିତ ସମସ୍ତ ପଦାଭୂମି ଅଧିକାର କଲେ, ସେମାନେ ଏହି।


ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।


Swiv nou:

Piblisite


Piblisite