Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଦେଖ, ସଦାପ୍ରଭୁ ମୋହର ପରମେଶ୍ଵର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ତଦନୁସାରେ ବ୍ୟବହାର କରିବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

5 ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ

5 “ହଁ ଦେଖ, ସଦାପ୍ରଭୁ ମୋର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ସେହି ବ୍ୟବସ୍ଥାସବୁ ଶିକ୍ଷା ଦେଲି। ମୁଁ ତୁମ୍ଭମାନଙ୍କୁ ସେହିପରି ବ୍ୟବସ୍ଥା ଓ ବିଧି ଶିକ୍ଷା ଦେଇଅଛି, ଯେପରି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କ ଅନୁସାରେ ବାସ କରିବ।

Gade chapit la Kopi




ଦ୍ଵିତୀୟ ବିବରଣ 4:5
24 Referans Kwoze  

ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”


ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ।


ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।


ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।


କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,


କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।


ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।


ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।


ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ।


ସଦାପ୍ରଭୁ ସୀନୟ ପର୍ବତରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ମୋଶାଙ୍କୁ ଯେଉଁ ଆଜ୍ଞା ଦେଇଥିଲେ, ସେହି ସକଳ ଆଜ୍ଞା ଏହି।


ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହି ସବୁ ଆଜ୍ଞା ପାଳନ କର।


ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ।


ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସବୁ ପ୍ରଚାର କରିଅଛି।


ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।


ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।


ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।


ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।


ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କରିବ।


ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।


ଏନିମନ୍ତେ ମୁଁ ଆଜି ତୁମ୍ଭମାନଙ୍କ ସମ୍ମୁଖରେ ଯେଉଁ ଯେଉଁ ବିଧି ଓ ଶାସନ ରଖିଲି, ସେସବୁ ମାନ୍ୟ କରି ପାଳନ କରିବ।


ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।


ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!


Swiv nou:

Piblisite


Piblisite