Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ଵର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?

Gade chapit la Kopi

ଓଡିଆ ବାଇବେଲ

7 ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି ?

Gade chapit la Kopi

ପବିତ୍ର ବାଇବଲ

7 “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ସ୍ମରଣରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀୟମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ।

Gade chapit la Kopi




ଦ୍ଵିତୀୟ ବିବରଣ 4:7
20 Referans Kwoze  

ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।


ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।


ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।


ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।


ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।


ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।


ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।


କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?


ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।


କାରଣ ଶୈଳମାଳାର ଶିଖରରୁ ମୁଁ ତାହାକୁ ଦେଖୁଅଛି ଓ ଗିରିଶ୍ରେଣୀରୁ ମୁଁ ତାହାକୁ ଦର୍ଶନ କରୁଅଛି। ଦେଖ, ଏହି ଲୋକମାନେ ଅଲଗା ବାସ କରନ୍ତି, ସେମାନେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଗଣିତ ହେବେ ନାହିଁ।


ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।


ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣାଯାଇଅଛି?


ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।


ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।


ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।


ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।


Swiv nou:

Piblisite


Piblisite