Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ ଓ ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣ-ଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।

Gade chapit la Kopi

ଓଡିଆ ବାଇବେଲ

1 ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣ-ଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।

Gade chapit la Kopi

ପବିତ୍ର ବାଇବଲ

1 ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି ଏକତ୍ରିତ କଲେ ଏବଂ ସେମାନଙ୍କୁ କହିଲେ, “ହେ ଇସ୍ରାଏଲୀୟ ଲୋକମାନେ ଶୁଣ, ମୁଁ ତୁମ୍ଭକୁ ସଦାପ୍ରଭୁଙ୍କର ବ୍ୟବସ୍ଥା ଓ ବିଧି ସବୁ କହୁଅଛି। ଏହି ବିଧିସବୁ ଗ୍ରହଣ କର ଓ ପାଳନ କର।

Gade chapit la Kopi




ଦ୍ଵିତୀୟ ବିବରଣ 5:1
17 Referans Kwoze  

ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ।


ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ।


ସଦାପ୍ରଭୁ ତୁମ୍ଭକୁ ଯେପରି କହିଅଛନ୍ତି ଓ ତୁମ୍ଭ ପୂର୍ବପୁରୁଷ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ପ୍ରତି ଯେପରି ଶପଥ କରିଅଛନ୍ତି, ତଦନୁସାରେ ସେ ଯେପରି ଆଜି ତୁମ୍ଭକୁ ଆପଣା ଲୋକ ରୂପେ ସ୍ଥାପନ କରନ୍ତି ଓ ତୁମ୍ଭର ପରମେଶ୍ୱର ହୁଅନ୍ତି;


ଏଥିଉତ୍ତାରେ ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ଓ ତାଙ୍କ ଦେଶ ପ୍ରତି ଯେଉଁସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,


ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍‍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ,


ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।


ପୁଣି ଅସ୍ଦୋଦ-ପିସ୍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।


ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;


“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”


ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ।


ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ତୁମ୍ଭ ପ୍ରତି ଆଦିଷ୍ଟ ସମସ୍ତ ଆଜ୍ଞା, ତାହାଙ୍କ ପ୍ରମାଣ-ବାକ୍ୟ ଓ ତାହାଙ୍କ ବିଧି ଯତ୍ନପୂର୍ବକ ପାଳନ କରିବ।


ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।


ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ଏହି ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେଉଁ ସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି।


ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ;


ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।


ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।


Swiv nou:

Piblisite


Piblisite