Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାନୁସାରେ ବିଶ୍ରାମବାର ପାଳନ କରି ପବିତ୍ର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାନୁସାରେ ବିଶ୍ରାମଦିନ ପାଳନ କରି ପବିତ୍ର କର।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାନୁସାରେ ବିଶ୍ରାମଦିନ ପାଳନ କରି ପବିତ୍ର କର।

Gade chapit la Kopi

ପବିତ୍ର ବାଇବଲ

12 ‘ବିଶ୍ରାମ ଦିନକୁ ସଦାପ୍ରଭୁଙ୍କର ଉଦ୍ଧିଷ୍ଟ ଦିନରୂପେ ପାଳନ କରିବ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଆଦେଶ ଦେଇଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 5:12
11 Referans Kwoze  

ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:


ଆହୁରି, ଯେଉଁ ବିଦେଶୀୟମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁଙ୍କ ନାମକୁ ପ୍ରେମ କରିବା ପାଇଁ ଓ ତାହାଙ୍କର ଦାସ ହେବା ନିମନ୍ତେ ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅନ୍ତି, ଅର୍ଥାତ୍‍, ଯେଉଁମାନେ ବିଶ୍ରାମବାର ପାଳନ କରି ତାହା ଅଶୁଚି ନ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;


ଆଉ ସେ ସେମାନଙ୍କୁ କହିଲେ, “ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ।


ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, ‘କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।’”


“ତୁମ୍ଭେ ଆହୁରି ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ‘ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମବାର ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।


ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମବାର ଅଟେ; ସେହି ବିଶ୍ରାମବାରରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।


ତୁମ୍ଭେ ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;


ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।


ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।


ତେବେ ଲୋକମାନେ ସପ୍ତମ ଦିନରେ ବିଶ୍ରାମ କଲେ।


Swiv nou:

Piblisite


Piblisite