Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 5:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, କି ତାହାର ଦାସ, କି ତାହାର ଦାସୀ, କି ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ବାଞ୍ଛା କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

21 ‘ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କ୍ଷେତ୍ର, ଦାସ, ଦାସୀ, ଗୋରୁ, ଗଧ, କି ସେମାନଙ୍କର କୌଣସି ବସ୍ତୁ ଲୋଭ କରିବ ନାହିଁ।’”

Gade chapit la Kopi




ଦ୍ଵିତୀୟ ବିବରଣ 5:21
12 Referans Kwoze  

ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।


କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।


ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”


ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜ୍ଜନ କରେ, ସେ ସନ୍ତାପର ପାତ୍ର!


ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।


ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”


ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।


ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;


ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।


Swiv nou:

Piblisite


Piblisite