Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 5:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇ ଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ଵରରେ କହିଲେ, ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ତ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ।

Gade chapit la Kopi

ଓଡିଆ ବାଇବେଲ

22 ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ୱରରେ କହିଲେ, “ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ ।”

Gade chapit la Kopi

ପବିତ୍ର ବାଇବଲ

22 ମୋଶା କହିଲେ, “ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚସ୍ୱରରେ କହିଲେ। ଆଉ କିଛି କହିଲେ ନାହିଁ। ତେଣୁ ସେ ଏହି ସମସ୍ତ କଥା ଦୁଇଖଣ୍ତ ପ୍ରସ୍ତର ପଟାରେ ଲେଖି ମୋତେ ଦେଲେ।

Gade chapit la Kopi




ଦ୍ଵିତୀୟ ବିବରଣ 5:22
11 Referans Kwoze  

ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍‍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍‍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।”


ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ।


ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା-ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ।


କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,


ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।


ମାତ୍ର ପର୍ବତ ଅଗ୍ନିରେ ଜ୍ୱଳିବା ସମୟରେ ତୁମ୍ଭେମାନେ ଅନ୍ଧକାର ମଧ୍ୟରୁ ରବ ଶୁଣି, ତୁମ୍ଭେମାନେ ଅର୍ଥାତ୍‍, ତୁମ୍ଭମାନଙ୍କ ବଂଶାଧ୍ୟକ୍ଷ ଓ ପ୍ରାଚୀନମାନେ, ମୋʼ ନିକଟକୁ ଆସିଲ;


ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି?


ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।


Swiv nou:

Piblisite


Piblisite