Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନୋହିବା ଯାଏ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ।

Gade chapit la Kopi

ଓଡିଆ ବାଇବେଲ

23 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ।

Gade chapit la Kopi

ପବିତ୍ର ବାଇବଲ

23 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବାଯାଏ ସେମାନଙ୍କୁ ମହାବ୍ୟାକୁଳରେ ବ୍ୟାକୁଳ କରିବେ।

Gade chapit la Kopi




ଦ୍ଵିତୀୟ ବିବରଣ 7:23
11 Referans Kwoze  

ଅର୍ଥାତ୍‍, ଯେଉଁ ଦିନ ସେ ଆପଣା ସାଧୁମାନଙ୍କ ଦ୍ୱାରା ଗୌରବାନ୍ୱିତ ହେବାକୁ ଓ ବିଶ୍ୱାସ କରିଥିବା ଲୋକସମସ୍ତଙ୍କ ଦ୍ୱାରା ଚମତ୍କାରର ଦୃଶ୍ୟସ୍ୱରୂପ ହେବାକୁ ଆସିବେ (କାରଣ ତୁମ୍ଭମାନଙ୍କ ନିକଟରେ ଆମ୍ଭମାନଙ୍କ ସାକ୍ଷ୍ୟ ତୁମ୍ଭେମାନେ ବିଶ୍ୱାସ କରିଅଛ),


ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।


ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।


ତୁମ୍ଭେମାନେ ହାହାକାର କର; କାରଣ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ; ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ନ୍ୟାୟ ତାହା ଆସିବ।


ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।


ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ।


କାରଣ ଛାଉଣି ମଧ୍ୟରୁ ସେମାନଙ୍କୁ ସମ୍ପୂର୍ଣ୍ଣ ଲୋପ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ହସ୍ତ ଥିଲା।


ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।


ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟି ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।


ତହୁଁ ସଦାପ୍ରଭୁ ବାରକ୍‍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା।


ପୁଣି, ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତହିଁରେ ମୁଁ ଯେଉଁସବୁ ଆଜ୍ଞା ତୁମ୍ଭମାନଙ୍କୁ ଆଦେଶ କରିଅଛି, ତଦନୁସାରେ ତୁମ୍ଭେମାନେ ସେମାନଙ୍କ ପ୍ରତି କରିବ।


Swiv nou:

Piblisite


Piblisite