Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 7:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହି ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଘୃଣିତ ବସ୍ତୁ;

Gade chapit la Kopi

ଓଡିଆ ବାଇବେଲ

25 ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହିସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;

Gade chapit la Kopi

ପବିତ୍ର ବାଇବଲ

25 “ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମା ସକଳ ଅଗ୍ନିରେ ଦ‌‌ଗ୍‌‌ଧ କରିବ। ତୁମ୍ଭେ ଯେମନ୍ତ ଫାନ୍ଦରେ ନ ପଡ଼ିବ ସେଥିପାଇଁ ସେ ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ। କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ। କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ ଅଟେ।

Gade chapit la Kopi




ଦ୍ଵିତୀୟ ବିବରଣ 7:25
22 Referans Kwoze  

ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ-ସନ୍ତାନଗଣକୁ ପିଆଇଲେ।


ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହି ସବୁ ଅଗ୍ନିରେ ଦଗ୍ଧ କରାଗଲା।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ।


ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।”


ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।


ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।


ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।


ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।


ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ ବ୍ୟବହାର କରିବ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ହାଣି ପକାଇବ, ପୁଣି ସେମାନଙ୍କ ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ।


ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା।


“ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା,” ଏହା ସଦାପ୍ରଭୁ କହନ୍ତି।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।


ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ?


ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।


ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।


ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।


ଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।


ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


“ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, “ଆମେନ୍‍” (ଏହିପରି ହେଉ)।


ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ।


Swiv nou:

Piblisite


Piblisite