Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 7:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।

Gade chapit la Kopi

ଓଡିଆ ବାଇବେଲ

26 ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।

Gade chapit la Kopi

ପବିତ୍ର ବାଇବଲ

26 ତୁମ୍ଭେ ସେହି ଘୃଣିତ ବସ୍ତୁଗୁଡ଼ିକ ନିଜ ଗୃହ ଭିତରକୁ ଆଣିବ ନାହିଁ। କାଳେ ତୁମ୍ଭେମାନେ ତାହା ତୁଲ୍ୟ ଅଭିଶପ୍ତ ହୋଇପାର। ତୁମ୍ଭେମାନେ ସେଗୁଡ଼ିକୁ ଅତିଶୟ ଘୃଣା କରିବା ଉଚିତ୍ ଓ ସେମାନେ ଅଭିଶପ୍ତ ହୁଅନ୍ତୁ ବୋଲି ବିବେଚନା କରିବ କାରଣ ସେମାନେ ବିଧ୍ୱଂସିତ ହେବାର ବସ୍ତୁ ଅଟନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 7:26
15 Referans Kwoze  

ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;


ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?” ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।


ପୁଣି, ସେମାନେ ସେହି ଦେଶକୁ ଯିବେ ଓ ତହିଁର ଯାବତୀୟ ଅଶୁଚି ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେହି ସ୍ଥାନରୁ ଦୂର କରିବେ।


ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, ଏଠାରୁ ବାହାରି ଯାଅ।


ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ତୁମ୍ଭେ ଯେ ପ୍ରତିମା ଘୃଣା କରୁଅଛ, କଅଣ ମନ୍ଦିର ଲୁଣ୍ଠନ କରୁଅଛ?


କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”


ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;


ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।


ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।


ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ।


Swiv nou:

Piblisite


Piblisite